Thursday , January 20 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୭୦ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୭ ଜଣ ଶିଶୁ ସଂକ୍ରମିତ , ୩ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୭୦ଜଣ କରୋନା ସଂକ୍ରମିତ ଚିହ୍ନଟ, ୫୭ ଜଣ ଶିଶୁ ସଂକ୍ରମିତ , ୩ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱ.୦୩/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୭୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨୪ ଜଣ, ଢ଼େଙ୍କାନାଳରୁ ୨୦ ଜଣ, କଟକରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ, ଯାଜପୁର ଓ ମୟୂରଭଞ୍ଜରୁ ୧୦ ଜଣ, ଝାରସୁଗୁଡ଼ାରୁ ୯ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର ଓ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଲେଖାଁଏ, ବଲାଙ୍ଗୀରରୁ ୩ ଜଣ, ଅନୁଗୁଳ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ,ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୮୬୭ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ଘଟିଛି । ମୃତକ ଙ୍କ ମଧ୍ୟରେ କଟକ ଜିଲାର ଜଣେ ୯୦ ବର୍ଷ ବୟସ୍କ ମହିଳା, ଖୋର୍ଦ୍ଧା ଜିଲାର ଜଣେ ୩୫ ବର୍ଷ ବୟସ୍କ ପୁରୁଷ ଓ ସୁନ୍ଦରଗଡ଼ ଜିଲାର ଜଣେ ୮୦ ବର୍ଷ ବୟସ୍କ ମହିଳା ଅନ୍ତର୍ଭୁକ୍ତ ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୮୯୭୧ ଜଣ ସୁସ୍ଥ ହୋଇଛନ୍ତି । କରୋନା ମୃତ୍ୟୁ ସଂଖ୍ୟା ୮୪୧୮ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ୨୪୨୫ଟି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୨୩୯୦୪୭୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଓଡ଼ିଶା ରେ ଆଉ ୧୪୫ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ – ମୋଟ ସଂଖ୍ୟା ୩୪୭ କୁ ବୃଦ୍ଧି

ଭୁବନେଶ୍ୱର,୧୯/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଏକାଥରକେ ଆଉ ୧୪୫ ଜଣ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। …

Leave a Reply

Your email address will not be published. Required fields are marked *