Tuesday , August 9 2022
Breaking News
Home / ବିଶେଷ / ପୁରୀ ଜିଲ୍ଲା ଉପକୂଳରେ ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡ ଫଲ୍ କରିବାର ସମ୍ଭାବନା – ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ – ରବିବାର ଛୁଟି ମଧ୍ୟ ବାତିଲ

ପୁରୀ ଜିଲ୍ଲା ଉପକୂଳରେ ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡ ଫଲ୍ କରିବାର ସମ୍ଭାବନା – ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ – ରବିବାର ଛୁଟି ମଧ୍ୟ ବାତିଲ

ଭୁବନେଶ୍ୱ.୦୩/୧୨/୨୦୨୧ (ଓଡ଼ିଶା ସମାଚାର)- ପୁରୀ ଜିଲ୍ଲା ଉପକୂଳରେ ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡ ଫଲ୍ କରିବାର ସମ୍ଭାବନା ରହିଛି । ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ୮ରୁ ୧୦ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ । ପୁରୀ ଜିଲ୍ଲାର କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା । ପବନର ବେଗ ସର୍ବାଧିକ ୧୦୦ କି.ମି. ରହିପାରେ । ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ପୁରୀ, କେନ୍ଦ୍ରାପଡାରେ ବାତ୍ୟାର ପ୍ରଭାବ ରହିବ । ଶୁକ୍ରବାର ମଧ୍ୟରାତ୍ରିରେ ବର୍ଷାର ପରିମାଣ ବଢିବ । ୪ ତାରିଖ ସନ୍ଧ୍ୟାରୁ ୫ ତାରିଖ ସକାଳ ପର୍ୟ୍ୟନ୍ତ ପବନର ବେଗ ଅଧିକ ରହିବ । ଦୁଇ ଦିନ ପାଇଁ ପିଇବା ପାଣି ସଂଗ୍ରହ କରି ରଖିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ଏସଆରସି । ବାତ୍ୟା ସ୍ଥଳଭାଗ ଛୁଇଁବା ବେଳକୁ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଆଜି ମଧ୍ୟରାତ୍ରୀରୁ ବର୍ଷା ଆରମ୍ଭ ହେବ, କାଲି ବର୍ଷାର ପରିମାଣ ବଢିବ। କିନ୍ତୁ ବନ୍ୟା ହେବାର କୌଣସି ଆଶଙ୍କା ନାହିଁ ବୋଲି କହିଛନ୍ତି ଏସଆରସି। ସେ କହିଛନ୍ତି, ବାତ୍ୟାକୁ ନେଇ ସମସ୍ତ ପ୍ରସ୍ତୁତି ସରିଛି। ସମୁଦ୍ରକୂଳିଆ ନିକଟବର୍ତ୍ତୀ ଲୋକଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟା ଖୁବ୍ ଶୀଘ୍ର ଆରମ୍ଭ ହୋଇଯିବ। ବାତ୍ୟା ସମୟରେ କଚ୍ଚା ଘରେ ନ ରହିବା ପାଇଁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର। ସେହିପରି ଭୟଭୀତ ହୋଇ ଦୋକାନରୁ ଆଳୁପିଆଜ କିଣି ଘରେ ମହଜୁଦ ରଖିବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆବଶ୍ୟକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । କଚ୍ଚା ଘରେ ଏବଂ ଖାଲୁଆ ସ୍ଥାନରେ ରହୁଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଏବଂ ବାତ୍ୟା ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରିବାକୁ ରାଜ୍ୟର ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଦଳ ମଧ୍ୟ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ବାତ୍ୟା ସମ୍ପର୍କିକ ଏକ ବୈଠକରେ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏକ ଜରୁରୀ ବୈଠକରେ ବାତ୍ୟା ସମୟରେ ଧନ ଜୀବନ ସୁରକ୍ଷା ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟର ଅନେକ ସ୍ଥାନରେ ଚାଷୀ ଜମିରେ ଥିବା ଧାନ ଫସଲ ଯୁଦ୍ଧକାଳୀନ ଭିତ୍ତିରେ ଅମଳ କରିବାରେ ଲାଗିଥିବାବେଳେ ଅନେକ ଅଞ୍ଚଳରେ ବିଭିନ୍ନ କାରଣ ପାଇଁ ଧାନ ଜମିରୁ କଟାଯାଇପାରିନଥିବା ଜଣାଯାଇଛି । ଇତିମଧ୍ୟରେ ବାତ୍ୟା ପୂର୍ବରୁ କିଛି ଅସାଧୁ ବ୍ୟବସାୟୀ ବଜାରରେ ଆଳୁ, ପିଆଜ ଏବଂ ପନିପରିବାରର କୃତ୍ରିମ ଦରବୃଦ୍ଧି କରିଦେଇଥିବା ଅଭିଯୋଗ ହସ୍ତଗତ ହୋଇଛି । ବାତ୍ୟା ‘ଜୱାଦ’ କୁ ଦୃଷ୍ଟିରେ ରଖି ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ସରକାର । ସମସ୍ତ କର୍ମଚାରୀ ନିଜ ନିଜର ହେଡକ୍ବାର୍ଟର୍ସରେ ରହିବାକୁ ନିର୍ଦେଶ ଦିଆଯାଇଛି । ଏମିତିକି ଛୁଟିରେ ଥିବା କର୍ମଚାରୀ ମଧ୍ୟ ତୂରନ୍ତ କାର୍ୟ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରୁଛନ୍ତି । ତେବେ ସବୁଥର ଭଳି ଏଥର ମଧ୍ୟ ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦିଆଯାଇଛି । ୫ ତାରିଖ ରବିବାର ପଡୁଥିବା ବେଳେ ଛୁଟି ବାତିଲ କରାଯାଇଛି । ସମସ୍ତ କର୍ମଚାରୀ ନିଜ ନିଜର ହେଡକ୍ୱାର୍ଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଛୁଟିରେ ଥିବା କର୍ମଚାରୀ ଛୁଟି ବାତିଲ ହୋଇଥିବା ବେଳେ କାର୍ୟ୍ୟାଳୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅବ୍ୟବସ୍ଥା ମଧ୍ୟରେ କିଶନନଗର ତହସିଲରେ ଜନଶୁଣାଣୀ

କଟକ ସଦର, ୦୮/୦୮/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): କିଶନନଗର ତହସିଲରେ ଆଜି (ସୋମବାର ) ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ଥିବା …

Leave a Reply

Your email address will not be published.