ଜଗତସିଂହପୁର, ୦୪/୧୨/୨୦୨୧(ଓଡ଼ିଶା ସମାଚାର)- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ,ସମାଜ ସଂସ୍କାରିକା ମା’ରମାଦେବୀ ଚୌଧୁରୀଙ୍କ ଜନ୍ମ ଜୟନ୍ତୀ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁ ଜଗତସିଂହପୁର ପୌରକାର୍ଯ୍ୟାଳୟ ପରିସରରେ ଥିବା ମା’ରମାଦେବୀଙ୍କ ପ୍ରତିମୁର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ୧୮୯୯ମସିହା ଡିସେମ୍ବର ୩ତାରିଖରେ କଟକ ଜିଲ୍ଲା ସତ୍ୟଭାମାପୁର ଗ୍ରାମରେ ରମାଦେବୀ ଜନ୍ମ ଗ୍ରହଣ କରିଥିଲେ । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କୁ ବିବାହ କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ପ୍ରଭାବିତ ହୋଇ ୧୯୨୧ ମସିହାରେ ଅସହଯୋଗ ଆନ୍ଦୋଳନରେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ କାମିନୀରଂଜନ ପଟ୍ଟନାୟକ,ପୌରନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ ଓ ପୌରପରିଷଦର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହି ମା ରମାଦେବୀଙ୍କ ପ୍ରତିମୁର୍ତିରେ ମାଲ୍ୟାର୍ପଣ କରିଥିଲେ । ଓଡ଼ିଶା ସମାଚାର