Thursday , January 20 2022
Breaking News
Home / ବିଶେଷ / ରାଜଧାନୀର ଡ଼େଲଟା ଛକ ରେ ଥିବା ଲକ୍ଷ୍ମୀନାରାୟଣ ଜୁଏଲାରୀ ରୁ କୋଟିଏ ଟଙ୍କାର ସୁନା ଗହଣା ଓ ନଗଦ ଟଙ୍କା ଲୁଟ ଅଭିଯୋଗ

ରାଜଧାନୀର ଡ଼େଲଟା ଛକ ରେ ଥିବା ଲକ୍ଷ୍ମୀନାରାୟଣ ଜୁଏଲାରୀ ରୁ କୋଟିଏ ଟଙ୍କାର ସୁନା ଗହଣା ଓ ନଗଦ ଟଙ୍କା ଲୁଟ ଅଭିଯୋଗ

ଭୁବନେଶ୍ୱର,୦୫/୧୨/୨୦୨୧ (ଓଡ଼ିଶା ସମାଚାର)-ଗତକାଲି ବିଳମ୍ବିତ ରାତିରେ ରାଜଧାନୀର ଡ଼େଲଟା ଛକ ରେ ଥିବା ଲକ୍ଷ୍ମୀନାରାୟଣ ଜୁଏଲାରୀ ର ଗ୍ରୀଲ ଓ ସଟର କାଟି ପ୍ରାୟ କୋଟିଏ ଟଙ୍କାର ସୁନା ଗହଣା ଓ ନଗଦ ଟଙ୍କା ଲୁଟ ହୋଇଥିବା ସୂଚନା ମିଳିଛି । ପ୍ରାପ୍ତ ସୂଚନା ଅନୁଯାୟୀ ଦୋକାନରେ ଥିବା ୧ କେଜି ର ସୁନା ଗହଣା, ୧୦ କେଜି ର ରୂପା ଗହଣା , ନଗଦ ଦେଢ଼ ଲକ୍ଷ ରୁ ଅଧିକ ଟଙ୍କା ଦୋକାନର ଷ୍ଟ୍ରଙ୍ଗରୁମ ଭାଙ୍ଗି ଲୁଟ କରିନେଇଛନ୍ତି । ଦୋକାନରେ ଥିବା ସିସିଟିଭି ର ହାର୍ଡ଼ ଡ଼ିସ୍କ ମଧ୍ୟ ନେଇଯାଇଛନ୍ତି । ଏ ସମ୍ପର୍କରେ ଖଣ୍ଡଗିରୀ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ଏ ସମ୍ପର୍କରେ ଖଣ୍ଡଗିରୀ ଥାନା ପକ୍ଷରୁ ଏକ ଟିମ୍ ଗଠନ କରାଯାଇଛି । ପାଖ ଦୋକାନ ଗୁଡ଼ିକର ସିସିଟିଭି ର ଫୁଟେଜ କୁ ଆଧାର କରି ତଦନ୍ତ ଆରମ୍ଭ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗରଦପୁର ଜିଲା ପରିଷଦ ୧୧ନମ୍ବର ରୁ ମଂଜୁବାଳା ଜେନା ଓ ୯ ନମ୍ବର ରୁ ଏଲିନା ସ୍ୱାଇଁ ବିଜେଡ଼ି ପ୍ରାର୍ଥି ଭାବେ ନାମାଙ୍କନ ଦାଖଲ କଲେ

ଗରଦପୁର, ୨୦/୧/୨୦୨୨ (ଓଡ଼ିଶା ସମାଚାର)- ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ର ନାମାଙ୍କନ ମାହୋଲ ଆରମ୍ଭ ହୋଇ ଯାଇଛି । ଶତାଧିକ …

Leave a Reply

Your email address will not be published. Required fields are marked *