Tuesday , December 6 2022
Home / ବିଶେଷ / ଜଗତସିଂହପୁର  ଜିଲ୍ଲା ପ୍ରଶାସନ ପକ୍ଷରୁ ବାବା ସାହେବ ଆମ୍ବେଦକରଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ଜଗତସିଂହପୁର  ଜିଲ୍ଲା ପ୍ରଶାସନ ପକ୍ଷରୁ ବାବା ସାହେବ ଆମ୍ବେଦକରଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

 ଜଗତସିଂହପୁର ୦୬/୧୨/୨୦୨୧(ଓଡ଼ିଶା ସମାଚାର)- ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବିଧାନ ପ୍ରଣେତା,ଆଇନଜ୍ଞ,ସମାଜ ସଂସ୍କାରକ,ବିଶିଷ୍ଟ ରାଜନିତୀଜ୍ଞ,ଭାରତ ରତ୍ନ ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାଓରୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଂଜଳୀ ଜଣାଇଥିଲେ । ଏହି ଦିବସରେ ଉପ-ଜିଲ୍ଲାପାଳ ଶ୍ରୀ ଧମେନ୍ଦ୍ର ମଲ୍ଲିକ,ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ କାମିନୀ ରଂଜନ ପଟ୍ଟନାୟକ ,ପୌର ପରିଷଦ ଜଗତସିଂହପୁର ର ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର କର୍ଣ୍ଣ,ବରିଷ୍ଠ ସହାୟକ ଶ୍ରୀ ଦୀପକ ପଟ୍ଟନାୟକ ଉପସ୍ଥିତ ରହି ଆମ୍ବେଦକରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ  ଓ ପୌର ପରିଷଦ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.