Thursday , January 20 2022
Breaking News
Home / ସ୍ୱାସ୍ଥ୍ୟ / ଚିନ୍ତା ବଢ଼ାଉଛି ବିଦ୍ୟାଳୟରେ କରୋନା ସଂକ୍ରମଣ

ଚିନ୍ତା ବଢ଼ାଉଛି ବିଦ୍ୟାଳୟରେ କରୋନା ସଂକ୍ରମଣ

ଯାଜପୁର ୦୭/୧୨/୨୦୨୧ (ଓଡ଼ିଶା ସମାଚାର)- ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର ମୋଟ ୫୩ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଥିଲେ । ସେହିପରି  ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।  ଏବେ ପୁଣି ଢ଼େଙ୍କାନାଳ ରେ ଏକ ଘରୋଇ ଆବାସିକ ମହାବିଦ୍ୟାଳୟରୁ ୫୬ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଢେଙ୍କାନାଳ ର କୁଞ୍ଜକାନ୍ତ ସ୍ଥିତ ସାଇକୃପା ଆବାସିକ ମହାବିଦ୍ୟାଳୟ କଲେଜ ହଷ୍ଟେଲରୁ ୫୬ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ ।

ଏବେ କରୋନା ଯାଜପୁର ଜିଲାକୁ ଡ଼ିଆଁମାରିଛି । ଦଶରଥପୁର ବାଳିକା ବିଦ୍ୟାଳୟର ୯ ଜଣ ଛାତ୍ରୀ କରୋନା ସଂକ୍ରମିତ  ଚିହ୍ନଟ ହୋଇଛନ୍ତି । ଷଷ୍ଠ ଓ ନବମ ଶ୍ରେଣୀର ୯ ଛାତ୍ରୀ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।  ସମସ୍ତଙ୍କୁ ସ୍ବତନ୍ତ୍ର ଗୃହରେ ଆଇସୋଲେସନରେ ରଖାଯାଇଛି । ସୂଚନାଯୋଗ୍ୟ ଯେ, ଦଶରଥପୁର ବ୍ଲକ୍ ମଙ୍ଗଳ ବିଭାଗ ଅଧିନସ୍ଥ ଦଶରଥପୁର ବାଳିକା ବିଦ୍ୟାଳୟର ୯ଜଣ ଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ସ୍କୁଲର ମୋଟ୍ ୧୯୫ ଜଣଙ୍କର କୋଭିଡ୍ ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୯ ଛାତ୍ରୀ ପଜିଟିଭ ହୋଇଥିବା ଜଣାପଡିଛି । ବୁଧବାର ସ୍କୁଲକୁ ସାନିଟାଇଜ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଶିକ୍ଷାନୁଷ୍ଠାନରେ ଏତେ ସଂଖ୍ୟକ ସଂକ୍ରମିତଚିହ୍ନଟ ହେବା ଚିନ୍ତାର ବିଷୟ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଓଡ଼ିଶା ରେ ଆଉ ୧୪୫ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ – ମୋଟ ସଂଖ୍ୟା ୩୪୭ କୁ ବୃଦ୍ଧି

ଭୁବନେଶ୍ୱର,୧୯/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଏକାଥରକେ ଆଉ ୧୪୫ ଜଣ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। …

Leave a Reply

Your email address will not be published. Required fields are marked *