Saturday , June 3 2023
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୮୬ କରୋନା ସଂକ୍ରମିତ ଚିହ୍ନଟ, ୪୦ ଜଣ ଶିଶୁ ଅକ୍ରାନ୍ତ – ୩ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୮୬ କରୋନା ସଂକ୍ରମିତ ଚିହ୍ନଟ, ୪୦ ଜଣ ଶିଶୁ ଅକ୍ରାନ୍ତ – ୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର , ୧୦/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୦ ଜଣ ଶିଶୁ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବରରୁ ୩ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୪୭ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୮ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ୨ ଜଣ ଓ ବରଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ହୋଇଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୧ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୨୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ ହଜାର ୬୨୦ ଜଣ ସୁସ୍ଥ ହୋଇଛନ୍ତି। କରୋନାରେ ୮୪୩୧ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨ ହଜାର ୧୩୭ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି।ଓଡ଼ିଶା ସମାଚାର

Leave a Reply

Your email address will not be published.