ଭୁବନେଶ୍ୱର,୧୧/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ର ୧୭୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୧ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୧ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, କୋରାପୁଟ ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ରୁ ୧୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୪୧୪ରେ ପହଞ୍ଚିଛି ।
ଅନୃ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଜଣ କରୋନା ଆକ୍ରାନ୍ତ କୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୩ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୦୯୨୭ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୩ରେ ପହଂଚିଥିବାବେଳେ ୫୩ ଜଣ ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୦୦୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୪୩୫୭୭୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର