Saturday , April 1 2023
Breaking News
Home / ବିଶେଷ / ବିମାନବନ୍ଦରରୁ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁ ଅଭିମୁଖେ ରାଣାପ୍ରତାପଙ୍କ ପାର୍ଥିବ ଶରୀର

ବିମାନବନ୍ଦରରୁ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁ ଅଭିମୁଖେ ରାଣାପ୍ରତାପଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର , ୧୧/୧୨/୨୦୨୧ (ଓଡ଼ିଶା ସମାଚାର)- ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ଓଡିଆ ଯବାନ ରାଣା ପ୍ରତାପ ଦାସଙ୍କ ପାର୍ଥିବ ଶରୀର । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରରେ ପହଞ୍ଚିଛି ରାଣାପ୍ରତାପଙ୍କ ପାର୍ଥିବ ଶରୀର । ବିମାନବନ୍ଦରରେ ରାଣାପ୍ରତାପଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ଯବାନଙ୍କ ପାର୍ଥିବ ଶରୀରଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ମନ୍ତ୍ରୀ ଅଶୋକ ପଣ୍ଡା , ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ ବରିଷ୍ଠ ବିଜେପି ନେତା ତଥା ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖଙ୍କ ସମେତ କେତେକ ନେତା ମଧ୍ୟ ରାଣା ପ୍ରତାପଙ୍କ ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପୁଲିସ ଡିଜି ଅଭୟ ଶହୀଦ ରାଣାପ୍ରତାପଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ଏହାସହ ବିମାନବନ୍ଦରରେ ବିଶିଷ୍ଟ ବ୍ୟକ୍ତିମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ବିମାନବନ୍ଦରରୁ ପାର୍ଥିବ ଶରୀର ରାଣାପ୍ରତାପଙ୍କ ଜନ୍ମମାଟି ତାଳଚେର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁକୁ ନିଆଯିବ । କୃଷ୍ଣଚନ୍ଦ୍ରପୁର ଗାଁରେ ରାଣାପ୍ରତାପଙ୍କ ଅନ୍ତିମ ସଂସ୍କାର କରାଯିବ । ପାର୍ଥିବ ଶରୀର ଗାଁ ପରିକ୍ରମା କରାଯିବା ପରେ ଗାଁରେ ହିଁ ଶତ୍କାର ହେବ । ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ସହିଦ ରାଣା ପ୍ରତାପଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ। ଗାଁର ପ୍ରବେଶ ପଥରେ ଏକ ଅସ୍ଥାୟୀ ଶ୍ମଶାନ ପ୍ରସ୍ତୁତ କରାଯାଇଛି । ସେଠାରେ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ । ଓଡ଼ିଶା ସମାଚାର

Leave a Reply

Your email address will not be published.