ଭୁବନେଶ୍ୱର,୧୨/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୬ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୨୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୫୭୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଜଣକ ଭଦ୍ରକ ଜିଲ୍ଲାର ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୫୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୧୧୩୨ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୯୫୫ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୪୪୧୭୧୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର