Saturday , June 3 2023
Breaking News
Home / ଶିକ୍ଷା / ପୁଣି ଏକାଥରେ ଗୋଟିଏ ବିଦ୍ୟାଳୟର ୪୦ ରୁ ଉର୍ଦ୍ଧ୍ୱ ଛାତ୍ରୀ କରୋନା ଆକ୍ରାନ୍ତ

ପୁଣି ଏକାଥରେ ଗୋଟିଏ ବିଦ୍ୟାଳୟର ୪୦ ରୁ ଉର୍ଦ୍ଧ୍ୱ ଛାତ୍ରୀ କରୋନା ଆକ୍ରାନ୍ତ

ଉଦଳା, ୧୨/୧୨/୨୦୨୧(ଓଡ଼ିଶା ସମାଚାର)- ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି । ବରଂ ବଢ଼ିବାରେ ଲାଗିଛି । ସୂଚନାଯୋଗ୍ୟ ଯେ, ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର ମୋଟ ୫୩ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଥିଲେ । ସେହିପରି  ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେହିପରି ଢ଼େଙ୍କାନାଳ କୁଞ୍ଜକାନ୍ତ ସ୍ଥିତ ସାଇକୃପା ଆବାସିକ ମହାବିଦ୍ୟାଳୟ କଲେଜ ହଷ୍ଟେଲରୁ ୫୬ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ପୁଣି କ୍ୟାପିଟାଲ ହାଇସ୍କୁଲର ନବମ ଶ୍ରେଣୀର ଦୁଇ ଜଣ ଛାତ୍ର କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏବେ ପୁଣି ଏକାଥରେ ଗୋଟିଏ ବିଦ୍ୟାଳୟର ୪୦ ରୁ ଉର୍ଦ୍ଧ୍ୱ ଛାତ୍ରୀ କୋଭିଡରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । କପ୍ତିପଦା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଏକ ଶହରୁ ଉର୍ଦ୍ଧ୍ୱ ବାଳିକା ପଢୁଥିବା ଏହି ବିଦ୍ୟାଳୟରେ ୮୦ରୁ ଉର୍ଦ୍ଧ୍ୱ ଛାତ୍ରୀଙ୍କ ଆଂଟିଜେନ୍ ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪୦ରୁ ଉର୍ଦ୍ଧ୍ୱ ବାଳିକାଙ୍କ କୋଭିଡ୍ ପଜିଟିଭ୍ ଆସିଛି । ଯାହାକୁ ନେଇ ଚିନ୍ତାରେ ସ୍ବାସ୍ଥ୍ୟ ବିଭାଗ । ଏହି ଘଟଣା ଜଣାପଡିବା ପରେ କପ୍ତିପଦାରୁ ମେଡିକାଲ ଟିମ୍ ବିଦ୍ୟାଳୟରେ ପହଂଚିଛି । ବିଦ୍ୟାଳୟରେ ଥିବା ଅନ୍ୟ ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନମୁନା ସଂଗ୍ରହ କରାଯାଉଛି ।

ଏହା ସହିତ ଆଂଟିଜେନରେ ପଜିଟିଭ୍ ଚିହ୍ନଟ ହୋଇଥିବା ଛାତ୍ରୀଙ୍କର ଆରଟିପିସିଆର ଟେଷ୍ଟ କରାଯିବା ନିମନ୍ତେ ନମୁନା ସଂଗ୍ରହ କରାଯାଇଛି । ଏହା ବ୍ୟତୀତ କରୋନା ପଜିଟିଭ୍ ଚିହ୍ନଟ ହୋଇ ନ ଥିବା ଛାତ୍ରୀମାନଙ୍କୁ ଅନ୍ୟ ସ୍ଥାନରେ ରଖାଯିବାର ବ୍ୟବସ୍ଥା କରାଯାଇଥିବା ଜଣାଯାଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.