Saturday , June 3 2023
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ, ୩୭ ଜଣ ଶିଶୁ ଆକ୍ରାନ୍ତ ଓ ୨ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ, ୩୭ ଜଣ ଶିଶୁ ଆକ୍ରାନ୍ତ ଓ ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର ,୧୩/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୩ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୭ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୭୫୨ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୧୩୬୫ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୮୯୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲେି ସୁଦ୍ଧା ରାଜ୍ୟରେ ୨୪୪୭୨୭୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.