Sunday , September 25 2022
Home / ଶିକ୍ଷା / ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି

ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି

ନୟାଗଡ ୧୪/୧୨/୨୦୨୧(ଓଡ଼ିଶା ସମାଚାର)- ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି । ବରଂ ବଢ଼ିବାରେ ଲାଗିଛି । ଏବେ ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ପସିଛି କରୋନା । ମହାବିଦ୍ୟାଳୟ ଫିଜିକ୍ସ ବିଭାଗର ଜଣେ ଅଧ୍ୟାପକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅଧ୍ୟାପକ ଜଣଙ୍କ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆସନ୍ତା ୧୬ ତାରିଖ ପର୍ୟ୍ୟନ୍ତ ସଂପୃକ୍ତ ବିଭାଗକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ସିଲ୍ କରିଦେଇଛନ୍ତି । ଏଥିଯୋଗୁଁ ବିଭାଗର ପ୍ରାକ୍ଟିକାଲ ପରୀକ୍ଷା ସ୍ଥଗିତ ରହିଥିବା ସୂଚନା ମିଳିଛି ।
ସୂଚନାଯୋଗ୍ୟ ଯେ, ପୂର୍ବରୁ ଭିମସାରରେ ୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ ର ସେଣ୍ଟ ମେରି ବାଳିକା ବିଦ୍ୟାଳୟ ର ମୋଟ ୫୩ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଥିଲେ । ସେହିପରି ଠାକୁରମୁଣ୍ଡା ଚମକପୁର ଆବାସିକା ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେହିପରି ଢ଼େଙ୍କାନାଳ କୁଞ୍ଜକାନ୍ତ ସ୍ଥିତ ସାଇକୃପା ଆବାସିକ ମହାବିଦ୍ୟାଳୟ କଲେଜ ହଷ୍ଟେଲରୁ ୫୬ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ପୁଣି କ୍ୟାପିଟାଲ ହାଇସ୍କୁଲର ନବମ ଶ୍ରେଣୀର ଦୁଇ ଜଣ ଛାତ୍ର କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ପୁଣି କପ୍ତିପଦା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ୪୦ରୁ ଉର୍ଦ୍ଧ୍ୱ ବାଳିକାଙ୍କ କୋଭିଡ୍ ପଜିଟିଭ୍ ଆସିଥିଲା । ଏବେ ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.

Total site visitors: 256048