Thursday , January 20 2022
Breaking News
Home / ବିଶେଷ / କେନ୍ଦ୍ରାପଡ଼ା ଜିଲ୍ଲା ରେ ୧ ଲକ୍ଷ କୋଟି ଟଙ୍କା ପୁଞ୍ଜି ନିବେଶରେ ପ୍ରତିଷ୍ଠା ହେବ ଦେଶର ସବୁଠୁ ବଡ଼ ଷ୍ଟିଲ ପ୍ଲାଣ୍ଟ

କେନ୍ଦ୍ରାପଡ଼ା ଜିଲ୍ଲା ରେ ୧ ଲକ୍ଷ କୋଟି ଟଙ୍କା ପୁଞ୍ଜି ନିବେଶରେ ପ୍ରତିଷ୍ଠା ହେବ ଦେଶର ସବୁଠୁ ବଡ଼ ଷ୍ଟିଲ ପ୍ଲାଣ୍ଟ

ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ୍ ଦ୍ବାରା ସମନ୍ବିତ ଷ୍ଟିଲ ପ୍ଲାଣ୍ଟକୁ ମଞ୍ଜୁରୀ

ଭୁବନେଶ୍ୱର , ୧୭/୧୨/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ଜିଲ୍ଲା ରେ ପ୍ରତିଷ୍ଠା ହେବ ଦେଶର ସବୁଠୁ ବଡ଼ ଷ୍ଟିଲ ପ୍ଲାଣ୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ୍ ଦ୍ବାରା ସମନ୍ବିତ ଷ୍ଟିଲ ପ୍ଲାଣ୍ଟକୁ ମଞ୍ଜୁରୀ ମିଳିଛି । ୧ ଲକ୍ଷ କୋଟି ଟଙ୍କା ପୁଞ୍ଜି ନିବେଶରେ ଏହି ପ୍ଲାଣ୍ଟ ପ୍ରତିଷ୍ଠା ହେବାକୁ ଥିବା ବେଳେ ଏଥିରେ ୧୬ ହଜାରରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିବ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଛି। ନିଷ୍ପତ୍ତି ଅନୁସାରେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାରେ ୨୪ ନିୟୁତ ଟନ୍ କ୍ଷମତାସମ୍ପନ୍ନ ସମନ୍ବିତ ଇସ୍ପାତ କାରଖାନା ଆର୍ସେଲର ମିତ୍ତଲ ପ୍ରତିଷ୍ଠା କରିବ । ଏହି ବୃହତ୍ତ ପ୍ରକଳ୍ପଟି ସମଗ୍ର ଦେଶରେ ସର୍ବବୃହତ୍ତ ଇସ୍ପାତ କାରଖାନାର ମାନ୍ୟତା ହାସଲ କରିବ । କେନ୍ଦ୍ରାପଡ଼ାର ନିଜ ଉତ୍ପାଦନ କ୍ଷେତ୍ରରେ ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ ଅତ୍ୟାଧୁନିକ ଜ୍ଞାନକୌଣଳର ଉପଯୋଗ କରି ପରିବେଶ ଅନୁକୂଳ ଓ ବହୁବିଧ ବିଶେଷତାସମ୍ପନ୍ନ ଇସ୍ପାତ ଉତ୍ପାଦନ କରିବ ବୋଲି କୁହାଯାଇଛି। ଏହି ପ୍ଲାଣ୍ଟରୁ ବାର୍ଷିକ ୧୮.୭୫ ମେଟ୍ରିକ୍ ଟନ୍ ସିମେଣ୍ଟ ଉତ୍ପାଦନ କରିବାର କ୍ଷମତା ପ୍ରାପ୍ତ ହେବ । ଯାହା ଏହି କାରଖାନାକୁ ଦେଶର ଅନ୍ୟତମ ସର୍ବବୃହତ ସିମେଣ୍ଟ କାରଖାନାରେ ପରିଣତ ହେବାର ଗୌରବ ପ୍ରଦାନ କରିବା ସହ ଅଂଚଳର ଭିତ୍ତିଭୂମିର ବିକାଶକୁ ତ୍ବରାନ୍ବିତ କରିବାରେ ସହାୟକ ହେବ । ଏହି ବୃହତ ପ୍ରକଳ୍ପ ପର୍ୟ୍ୟାୟକ୍ରମେ ୭ବର୍ଷରେ ସମ୍ପୂର୍ଣ୍ଣ ହେବ । ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍ ଇସ୍ପାତ ଉତ୍ପାଦନ ଲକ୍ଷ୍ୟ ହାସଲ ହେବ । ଓଡ଼ିଶା ସମାଚାର

About admin

Check Also

ଚାରି ଦିନରେ ମୋଟ ୪୦୮ ନାମାଙ୍କନ ପତ୍ର ଦାଖଲ 

ଗରଦପୁର, ୨୦/୧/୨୦୨୨ (ଓଡ଼ିଶା ସମାଚାର)- ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ରେ ପ୍ରାର୍ଥିପତ୍ର ଦାଖଲ ର ୪ର୍ଥ ଦିନରେ ଗରଦପୁର ବ୍ଲକ୍ …

Leave a Reply

Your email address will not be published. Required fields are marked *