Tuesday , August 9 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୨୬ ଜଣ ଶିଶୁ ସଂକ୍ରମିତ – ଜଣେ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୨୬ ଜଣ ଶିଶୁ ସଂକ୍ରମିତ – ଜଣେ ମୃତ

ଭୁବନେଶ୍ୱର , ୧୭/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୩ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୬ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୯ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୭ ଜଣ,ଗଞ୍ଜାମ ଓ ମୟୂରଭଞ୍ଜରୁ ୪ ଜଣ ଲେଖାଁଏ, ଭଦ୍ରକ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଢ଼େଙ୍କାନାଳ, ଜଗତସିଂହପୁର, ଯାଜପୁର, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ୧୯ ଜଣ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୪୭୨ରେ ପହଞ୍ଚିଛି ।
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୧ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୪୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୦୦୨ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୧ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରଆନ୍ତ ÷ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୯୭୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । । ଗତକ୍ାଲି ସୁଦ୍ଧା ରାଜ୍ୟରେ ୨୪୭୦୮୧୩୧ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

ଯପକୁଦ ଠାରେ ଚକ୍ଷୁ ଚିକିତ୍ସା ଶିବିର

Leave a Reply

Your email address will not be published.