Wednesday , January 19 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୯ ଜଣ ଶିଶୁ ଆକ୍ରାନ୍ତ – ଜଣେ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୯ ଜଣ ଶିଶୁ ଆକ୍ରାନ୍ତ – ଜଣେ ମୃତ

ଭୁବନେଶ୍ୱର , ୧୮/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୨ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୯ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୧୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୬୪୧ରେ ପହଞ୍ଚିଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ମୟୁରଭଞ୍ଜ ଜିଲ୍ଲା ର ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୨ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୨୨୪ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୨ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୯୨୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୪୭୬୯୨୦୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୧୦୪୮୯ କରୋନା ପଜିଟିଭ୍ ଚିହ୍ନଟ, ୯୮୨ଜଣ ଶିଶୁ ସଂକ୍ରମିତ – ୩ ମୃତ୍ୟୁ

ଭୁବନେଶ୍ୱର,୧୭/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୦୪୮୯ କରୋନା ପଜିଟିଭ୍ …

Leave a Reply

Your email address will not be published. Required fields are marked *