Tuesday , August 9 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୪ ଜଣ ଶିଶୁ ଅନ୍ତର୍ଭୁକ୍ତ , ୨ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୪ ଜଣ ଶିଶୁ ଅନ୍ତର୍ଭୁକ୍ତ , ୨ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର , ୧୯/୧୨/୨୦୨୧ (ଓଡ଼ିଶା ସମାଚାର)-: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବାବେଳେ ୮୧ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪ ଜଣ ଶିଶୁ ଅନ୍ତର୍ଭୁକ୍ତ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍ ରୁ ୨୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୮୩୪ରେ ପହଞ୍ଚିଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୪୪୩ଜଣ ସୁସ୍ଥ ହୋଇଛନ୍ତି । କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨୮୩୪ରେ ପହଞ୍ଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୮୯୪ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ମା କ୍ଷୀର ଶିଶୁପାଇଁ ଅମୃତ ସମାନ – ବିଶ୍ୱ ସ୍ତନ୍ୟପାନ ସପ୍ତହ ପାଳିତ

ନିରାକାରପୁର, ୦୬/୦୮/୨୦୨୨(ଓଡ଼ିଶା ସମାଚାର)- ରୁରାଲ ହେଲ୍ଥ୍ ପ୍ରଶିକ୍ଷଣ କେନ୍ଦ୍ର ଟାଙ୍ଗି ଏବଂ ଏମସ ହପ୍ପିଟାଲ ମିଳିତ ଆନୁକୂଲ୍ୟରେ ଟାଙ୍ଗିବ୍ଲକ ଓଳସିଂହ …

Leave a Reply

Your email address will not be published.