Saturday , August 13 2022
Breaking News
Home / ବିଶେଷ / ପୂର୍ବ ଶତ୍ରୁତାକୁ ନେଇ ମାଛ ବ୍ୟବସାୟୀଙ୍କୁ ହତ୍ୟା

ପୂର୍ବ ଶତ୍ରୁତାକୁ ନେଇ ମାଛ ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର ୧୯/୧୨/୨୦୨୧(ଓଡ଼ିଶା ସମାଚାର)- ପୂର୍ବ ଶତ୍ରୁତାକୁ ନେଇ ଜଣେ ମାଛ ବ୍ୟବସାୟୀଙ୍କୁ ଗୋଡ଼ାଇ ଗୋଡ଼ାଇ ନିର୍ମମ ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତ ବ୍ୟକ୍ତି ଜଣକ ହେଲେ ଅରଡ ବଜାରର ରବି ସିଂ ବୋଲି ଜଣାପଡିଛି । ଅରଡ଼ ବଜାର ଗଳାପୋଲ ନିକଟରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି । ଗତକାଲି ବିଳମ୍ୱିତ ରାତ୍ରିରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସହଦେବଖୁଣ୍ଟା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ଜଣେ ବ୍ୟକ୍ତିକୁ ଅଟକ ରଖି ପଚରାଉଚରା କରୁଛି । ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖା ଦେଇଛି। ଓଡ଼ିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.