ଭୁବନେଶ୍ୱର , ୨୦/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୭୭ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୯ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ ରୁ ୨୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୦୨୦ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୫ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୭୦୧ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୫ରେ ପହଂଚିଥିପବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୮୨୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୪୮୮୩୮୬୦ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର