ଭୁବନେଶ୍ୱର , ୨୧/୧୨/୨୦୨୧ (ଓଡ଼ିଶା ସମାଚାର)- ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ ର ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମୋଡ଼୍ ରେ ଏହି ବୈଠକ ହେବ। ଆସନ୍ତା ସପ୍ତାହରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ସମ୍ଭାବନା ଥିବାରୁ ଏହି କ୍ୟାବିନେଟ୍ ବେଶ୍ ଗୁରୁତ୍ବ ପୂର୍ଣ୍ଣ। ଏଥିରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଓଡ଼ିଶା ସମାଚାର
