Thursday , September 28 2023
Home / ଶିକ୍ଷା / ଓଡିଆ ଭାଷା ସାହିତ୍ୟ ସମ୍ମାନ ବିଭାଗ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

ଓଡିଆ ଭାଷା ସାହିତ୍ୟ ସମ୍ମାନ ବିଭାଗ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନ ୨୧/୧୨/୨୦୨୧(ଓଡ଼ିଶା ସମାଚାର)- ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ରେ ଓଡିଆ ଭାଷା ସାହିତ୍ୟ ସମ୍ମାନ ବିଭାଗ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ କୋଭିଡ ନିୟମ ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି । ଓଡିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ବାସୁଦେବ ସାହୁ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜନୀତି ବିଜ୍ଞାନ ବିଭାଗର ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ହିମାଂଶୁ ଶେଖର ମିଶ୍ର ମୁଖ୍ୟ ଅତିଥି, ଓଡିଆ ବିଭାଗ ଅଧ୍ୟାପକ ପାର୍ଥ ସ୍ୱାଇଁ, କରୁଣାକର ରାଉଳ, ଅଧ୍ୟାପିକା ସଂଜଳୀ ପରିଡା, ସୁରମା ବେହେରା ଓ ମୁଖ୍ୟ କିରାଣୀ କୈଳାସ ଚନ୍ଦ୍ର ବେହେରା ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଓଡିଆ ଭାଷା ସାହିତ୍ୟ ସଂପର୍କରେ ସାରଗର୍ଭକ ଭାଷଣ ଦେଇଥିଲେ । +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲାା ଦ୍ୱିତୀୟ ବର୍ଷ ଓ ତୃତୀୟ ବର୍ଷ ଛାତ୍ରଛାତ୍ରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ଅଧ୍ୟାପକ ପାର୍ଥ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *