Tuesday , May 30 2023
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୫ ଜଣ ଶିଶୁ ସଂକ୍ରମିତ- ଜଣେ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୫ ଜଣ ଶିଶୁ ସଂକ୍ରମିତ- ଜଣେ ମୃତ

ଭୁବନେଶ୍ୱର,୨୧/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବାବେଳେ ୬୦ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ୧୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୧୬୬ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଖୋର୍ଦ୍ଧା ଜିଲ୍ଲାର । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୮୭୫ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ରେ ପହଂଚିଥିବାବେଳେ ୫୩ଜଣ କରୋା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୭୯୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୪୯୩୬୨୯୪ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.