Tuesday , August 9 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୨ ଜଣ ଶିଶୁ ସଂକ୍ରମିତ – ଜଣେ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୨ ଜଣ ଶିଶୁ ସଂକ୍ରମିତ – ଜଣେ ମୃତ

ଭୁବନେଶ୍ୱର , ୨୩/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୪ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ ରୁ ୨୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୫୦୪ରେ ପହଞ୍ଚିଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଯାଜପୁର ଜିଲ୍ଲାର ଜଣେ ୧୦୪ ବର୍ଷ ବୟଷ୍କ ପୁରୁଷ ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୮ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୩୨୧୯ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୮ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୭୮୪ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୫୦୫୩୮୪୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଯପକୁଦ ଠାରେ ଚକ୍ଷୁ ଚିକିତ୍ସା ଶିବିର

Leave a Reply

Your email address will not be published.