Tuesday , September 27 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୦ ଜଣ ଶିଶୁ ସଂକ୍ରମିତ , ୨ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୨୦ ଜଣ ଶିଶୁ ସଂକ୍ରମିତ , ୨ ମୃତ

ଭୁବନେଶ୍ୱର , ୨୮/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୬୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦ ଜଣ ଶିଶୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୧୬୦ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ ରୁ ୨୦ଜଣ ରହିଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଓଡ଼ିଶା ରେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୪୦୯୩ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛଉନ୍ତି । ଆଉ ୧୫୫୯ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ରହିଥିବା ବେଳେ ଗତକ୍ାଲି ସୁଦ୍ଧା ରାଜ୍ୟରେ ୨୫୩୩୫୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.