Tuesday , September 27 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୨୧ କରୋନା ସଂକ୍ରମିତି ଚିହ୍ନଟ, ୩୪ ଜଣ ଶିଶୁ ସଂକ୍ରମିତ – ୨ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୨୧ କରୋନା ସଂକ୍ରମିତି ଚିହ୍ନଟ, ୩୪ ଜଣ ଶିଶୁ ସଂକ୍ରମିତ – ୨ ମୃତ

ଭୁବନେଶ୍ୱର , ୨୯/୧୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୨୧ କରୋନା ସଂକ୍ରମିତି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ ରୁ ୨୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୩୮୧ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୩୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୪୨୭୮ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୫୯୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୫୩୯୮୯୪୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.