Tuesday , August 9 2022
Breaking News
Home / ବିଶେଷ / ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ:ଜଣେ ଗୁରୁତର

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ:ଜଣେ ଗୁରୁତର

ବାଲିଗୁଡ଼ା,୨୯/୧୨/୨୦୨୧(ଓଡିଶା ସମାଚାର /ସଞ୍ଜୟ କୁମାର ପାଣିଗ୍ରାହୀ)-କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଖମଣଖୋଲ ରତାପଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି  । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରତାପଡ଼ାର ଜଣେ ବ୍ୟକ୍ତି ଅନ୍ୟଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ମଙ୍ଗଳ ବାର ଅପରାହ୍ନରେ ରତାପଡ଼ାର ଭୁବନ ନାୟକ ନାମକ ଜଣେ ବ୍ୟକ୍ତି ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସେହି ସାହିର ଦିଲ୍ଲିପ କୁମାର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ଭୁବନର ଟାଙ୍ଗିଆ ଚୋଟରେ ଦିଲ୍ଲିପ ଗୁରୁତର ଆହତ ହୋଇଥିଲେ । ପରିବାର ଲୋକେ ଦିଲ୍ଲିପକୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଦିଲ୍ଲିପକୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି । ଓଡିଶା ସମାଚାର

 

About admin

Check Also

କିଏ କେଉଁଠି ପତାକା ଉତୋଳନ କରିବେ

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ବାଧୀନତା ଦିବସ ରେ ରାଜ୍ୟସ୍ତରୀୟ ପରେଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ …

Leave a Reply

Your email address will not be published.