ଭୁବନେଶ୍ୱର /ଝାରସୁଗୁଡ଼ା, ୩୦/୧୨/୨୦୨୧ (ଓଡ଼ିଶା ସମାଚାର)- ଶୋକ ଖବର । ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ଙ୍କର ହୃଦାଘାତରେ ବିୟୋଗ ଘଟିଛି । ନିଜ କାର୍ୟ୍ୟାଳୟରେ ବସିଥିବା ବେଳେ ହୃଦଘାତ ହୋଇଥିଲା । ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ । ଏଥି ସହିତ ୨୦୦୭ ରୁ ୨୦୦୯ ପର୍ୟ୍ୟନ୍ତ ଓଡ଼ିଶା ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ୟ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ୟ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ । ତାଙ୍କା ଏପରି ବି୍େରାଗରେ ସମଗ୍ର ରାଜ୍ୟରେ ଶୋକ ପ୍ରକାଶ ପାଇଛି । ଓଡ଼ିଶା ସମାଚାର
