Tuesday , August 9 2022
Breaking News
Home / ବିଶେଷ / ରାଜ୍ୟର ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ନୂଆ ବର୍ଷର ଭେଟି : ମହଙ୍ଗା ଭତ୍ତା ତିନି ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା

ରାଜ୍ୟର ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ନୂଆ ବର୍ଷର ଭେଟି : ମହଙ୍ଗା ଭତ୍ତା ତିନି ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା

ଭୁବନେଶ୍ୱର,୩୧/୧୨/୨୦୨୧ (ଓଡ଼ିଶା ସମାଚାର)- ରାଜ୍ୟର ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ନୂଆ ବର୍ଷର ଭେଟି । ରାଜ୍ୟର ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ତିନି ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୨୦୨୧ଜୁଲାଇ ବହିଲା ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍ସନଭୋଗୀ ଉପକୃତ ହେବେ ।
ଏହା ସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି। ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ବେଲି କୁହାଯାଇଛି । ଓଡ଼ିଶା ସମାଚାର

About admin

Check Also

ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅବ୍ୟବସ୍ଥା ମଧ୍ୟରେ କିଶନନଗର ତହସିଲରେ ଜନଶୁଣାଣୀ

କଟକ ସଦର, ୦୮/୦୮/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): କିଶନନଗର ତହସିଲରେ ଆଜି (ସୋମବାର ) ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ଥିବା …

Leave a Reply

Your email address will not be published.