ଭୁବନେଶ୍ୱର,୦୧/୦୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୯୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍ ରୁ ୨୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତକ ୨ଜଣ କଟକ ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୪୮୦୩ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୮୧୪ ଜଣ ସକ୍ରୀୟ କରୋନା ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୫୫୮୪୬୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର