ଭୁବନେଶ୍ୱର , ୨/୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୭ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ ପୁଲ୍ ରୁ ୪୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୫୫୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ଜଣଙ୍କ କରୋନା ସଂକ୍ରମିତ ଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୪୯୬୨ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୩୨୦୭୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୦୭୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବାବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୫୬୪୬୨୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର