ଭୁବନେଶ୍ୱର,୪/୧/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବାବେଳେ ୨୮୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୩ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪୨ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୯ଜଣ, ଷ୍ଟେଟ ପୁଲ୍ ରୁ ୬୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୬୬୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ସଂକ୍ରମିତ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୬୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୫୨୫୫ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୪ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୮୮୮ ଜଣ ସକ୍ରୀୟ କରୋନା ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୫୭୫୨୮୧୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର