ଭୁବନେଶ୍ୱର,୪/୧/୨୦୨୨ (ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ସଂକ୍ରମଣ ପୁଣି ବଢ଼ି ବଢ଼ି ଚାଲିଲାଣି । ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଓମିକ୍ରନ୍ ଓ କରୋନା ସଂକ୍ରମଣ ର ସ୍ଥିତି ନେଇ କରିବେ ସମୀକ୍ଷା। ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଓଡ଼ିଶା ସମାଚାର
