Tuesday , August 9 2022
Breaking News
Home / ବିଶେଷ / କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର /କଟକ, ୬/୧/୨୦୨୨ (ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେସନ୍ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିବା ପାନୀୟ ଜଳ କାର୍ୟ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଯେ କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି। ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍ରେ ଡ଼୍ରିଙ୍କ ଫ୍ରମ ଟ୍ୟାପ୍ କାର୍ୟ୍ୟକ୍ରମର ଉଦ୍ଘାଟନ କରିବା ସହିତ ସାରା ସହର ପାଇଁ ଡ଼୍ରିଙ୍କ ଫ୍ରମ ଟ୍ୟାପ୍ କାର୍ୟ୍ୟକ୍ରମ ପାଇଁ ଭିତ୍ତିସ୍ଥାପନ କରିଥିଲେ । ଏହି କାର୍ୟ୍ୟକ୍ରମ ପାଇଁ ୩୬୦ କୋଟି ଟଙ୍କା ବିନିଯୋଗ କରାଯିବ। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ ଡ଼୍ରିଙ୍କ ଫ୍ରମ ଟ୍ୟାପ୍ କାର୍ୟ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ୟ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି । ଏହି କାର୍ୟ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି ଏବଂ ଅମୃତ ୨.୦ରେ ସାମିଲ ମଧ୍ୟ ହୋଇଛି ବୋଲି ସେ କହିଥିଲେ।
ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି ୱାଟର ଟ୍ରିଟମେଂଟ ପ୍ଲାନ୍ଟ ଉଦ୍ଘାଟନ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଲ ପିଇବା ପାଣି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ବିଶୁଦ୍ଧ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେବାରେ ଆମର ଉଦ୍ୟମ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଥିଲେ ।
କାର୍ୟ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀ କଟକ ସହରର ବିକାଶ ପାଇଁ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ଏବଂ ସବୁ କାର୍ୟ୍ୟକ୍ରମ ପାଇଁ ତୁରନ୍ତ ବ୍ୟବସ୍ଥା କରିଆସିଛନ୍ତି । ୨୦୨୨ରେ କଟକରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଲୋକାର୍ପିତ ହେବ ଏବଂ କଟକ ସହରର ବିକାଶ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ସେ କହିଥିଲେ । ଓଡ଼ିଶା ସମାଚାର

About admin

Check Also

କିଏ କେଉଁଠି ପତାକା ଉତୋଳନ କରିବେ

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ବାଧୀନତା ଦିବସ ରେ ରାଜ୍ୟସ୍ତରୀୟ ପରେଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ …

Leave a Reply

Your email address will not be published.