Tuesday , August 9 2022
Breaking News
Home / ସ୍ୱାସ୍ଥ୍ୟ / ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ୬ ଜଣ ବିଦେଶ ଫେରନ୍ତା ଓ ୮ ଜଣ ସ୍ଥାନୀୟ ସଂକ୍ରମିତ – ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୭୫ କୁ ବୃଦ୍ଧି

ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ୬ ଜଣ ବିଦେଶ ଫେରନ୍ତା ଓ ୮ ଜଣ ସ୍ଥାନୀୟ ସଂକ୍ରମିତ – ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୭୫ କୁ ବୃଦ୍ଧି

ଭୁବନେଶ୍ୱର , ୮/୧/୨୦୨୨ (ଓଡ଼ିଶା ସମାଚାର / ଦୀପ୍ତି ରଂଜନ କାନୁନଗୋ)- ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୭୫ କୁ ବୃଦ୍ଧି ପାଇଛି। ଆଇଏଲ୍ଏସ୍ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ଏହି ସୂଚନା ଦିଆଯାଇଛି। ପୂର୍ବରୁ ରାଜ୍ୟରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୬୧ଥିଲା। ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲିଥିଲାବେଳେ କୋଭିଡ-୧୯ର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’ ରାଜ୍ୟବାସୀଙ୍କର ଚିନ୍ତା ବଢ଼ାଇଛି। ଏବେ ରାଜ୍ୟରେ ପୁଣି ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କୁ ଅଧିକ ସତର୍କତା ଅବଲମ୍ବନ କରିବା ଜରୁରୀ ହୋଇ ପଡ଼ିଛି।
ରାଜ୍ୟରେ ପ୍ରଥମେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ଆଜି ୮ ତାରିଖରେ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଆଜି ଚିହ୍ନଟ ହୋଇଥିବା ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂପର୍କରେ ରାଜ୍ୟ ସରକାର ତଥ୍ୟ ଦେଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ ବିଦେଶରୁ ଆସିଥିବା ବେଳେ ଅନ୍ୟ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି। ତେବେ ବିଦେଶ ଫେରନ୍ତାଙ୍କ ମଧ୍ୟରୁ ୩ ଜଣ ଦକ୍ଷିଣ ଆଫ୍ରିକାରୁ ଆସିଛନ୍ତି। ସେହିପରି ନରୱେ,କତାର ଓ ସିଙ୍ଗାପୁରରୁ ଜଣେ ଲେଖାଏଁ ଆସିଛନ୍ତି। ଓଡ଼ିଶା ସମାଚାର

About admin

Check Also

ଯପକୁଦ ଠାରେ ଚକ୍ଷୁ ଚିକିତ୍ସା ଶିବିର

Leave a Reply

Your email address will not be published.