Monday , February 6 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ – ମୋଟ୍ ମୃତ୍ୟୁ ସଂଖ୍ୟା ୮୪୭୨ କୁ ବୃଦ୍ଧି

ଆଉ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ – ମୋଟ୍ ମୃତ୍ୟୁ ସଂଖ୍ୟା ୮୪୭୨ କୁ ବୃଦ୍ଧି

ଭୁବନେଶ୍ୱର , ୧୩/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୫୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ଜଣ ସଂକ୍ରମିତଙ୍କର  ମୃତ୍ୟୁ ହୋଇଛି । ଅନୁଗୁଳ, କେନ୍ଦ୍ରପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖା ସଂକ୍ରମିତ ଙ୍କର ମୃତ୍ୟୁ ହୋଇଛି  ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୨କୁ ବୃଦ୍ଧି ପାଇଛି । ଏହା ଛଡ଼ା ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.