ଭୁବନେଶ୍ୱର, ୧୫/୧/୨୦୨୨ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟରେ ଆଉ ୩୨ ଜଣ ନୂଆ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଆଉ ୩୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ଆଇଏଲଏସ ପକ୍ଷରୁ ଅବଗତ କରାଯାଇଛି ।
ରାଜ୍ୟରେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ,୨୬ ତାରିଖରେ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଚିହ୍ନଟ ହୋଇଥିବାବେଳେ ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୧୫ ତାରିଖରେ ପୁଣି ଆଉ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ହୋଇଛି ।ବର୍ତମାନ ଏହି ନୂତନ ୩୨ ଜଣ ଓମିକ୍ରନ୍ ସଂକ୍ରମିତ ଙ୍କ ସମ୍ପର୍କରେ ଅଧିକ ସୂଚନା ମିଳିନାହିିଁ । ଓଡ଼ିଶା ସମାଚାର