Wednesday , May 18 2022
Breaking News
Home / ସ୍ୱାସ୍ଥ୍ୟ / ଓଡ଼ିଶା ରେ ଆଉ ୧୧୦୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୦୬୧ଜଣ ଶିଶୁ ସଂକ୍ରମିତ – ୪ ସଂକ୍ରମିତ ଙ୍କ ମୃତ୍ୟୁ

ଓଡ଼ିଶା ରେ ଆଉ ୧୧୦୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୦୬୧ଜଣ ଶିଶୁ ସଂକ୍ରମିତ – ୪ ସଂକ୍ରମିତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୮/୧/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୧୦୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୬୫୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୬୧ଜଣ ଶିଶୁ ରହିଛନ୍ତି । ଅନୁଗୁଳରୁ ୧୩୯ ଜଣ, ବାଲେଶ୍ୱରରୁ ୩୨୩ ଜଣ, ବରଗଡ଼ରୁ ୧୨୫ ଜଣ, ଭଦ୍ରକରୁ ୧୩୨ ଜଣ, ବଲାଙ୍ଗୀରରୁ ୩୦୦ ଜଣ, ବୌଦ୍ଧ ଜିଲ୍ଲାରୁ ୮୩, କଟକରୁ ୭୬୬ ଜଣ, ଦେବଗଡ଼ରୁ ୫୩ ଜଣ, ଢେଙ୍କାନାଳରୁ ୧୫୭ ଜଣ, ଗଜପତିରୁ ୯୩, ଗଞ୍ଜାମରୁ ୧୧୬ ଜଣ, ଜଗତସିଂହପୁରରୁ ୨୭୩ ଜଣ, ଯାଜପୁରରୁ ୨୭୫ ଜଣ, ଝାରସୁଗୁଡ଼ାରୁ ୧୩୨ ଜଣ, କଳାହାଣ୍ଡିରୁ ୨୫୩ ଜଣ, କନ୍ଧମାଳରୁ ୫୧ ଜଣ, କେନ୍ଦ୍ରାପଡ଼ାରୁ ୮୫ ଜଣ, କେଉଁଝରରୁ ୨୨୩ ଜଣ, ଖୋର୍ଦ୍ଧାରୁ ୩୪୬୯ ଜଣ, କୋରାପୁଟରୁ ୧୯୬ ଜଣ, ମାଲକାନଗିରିରୁ ୫୪ ଜଣ, ମୟୁରଭଞ୍ଜରୁ ୩୯୩ ଜଣ, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୪୯ ଜଣ, ନୂଆପଡ଼ାରୁ ୧୦୪ ଜଣ, ପୁରୀରୁ ୧୮୮ ଜଣ, ରାୟଗଡ଼ାରୁ ୧୮୭ ଜଣ, ସମ୍ୱଲପୁରରୁ ୩୦୨ ଜଣ, ସୋନପୁରରୁ ୧୫୩, ସୁନ୍ଦରଗଡ଼ରୁ ୧୪୧୬ ଜଣ ଓ ଷ୍ଟେଟ ପୁଲରୁ ୭୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୫୪୮୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । କଟକ, କେନ୍ଦ୍ରାପଡ଼ା, କୋରାପୁଟ, ସୁନ୍ଦରଗଡ଼ରୁ ଜଣେ ଲେଖାଏ କରୋନାରେ ମୃତ୍ୟୁବରଣ କରିଛନ୍ତି । ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ଜଣେ ୧୪ ବର୍ଷର ନାବାଳିକା ଅନ୍ତର୍ଭୁକ୍ତ । ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮, ୪୮୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୫୫୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୬୦୩୨ଜଣ ସୁସ୍ଥ ହୋଇଛନ୍ତି । କରୋନା ମୃତ୍ୟୁସଂଖ୍ୟା ୮, ୪୮୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୮୦୯୧୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୬୭୭୨୫୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୪ ଶିଶୁ ଙ୍କ ସମେତ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୫/୦୫/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *