କେନ୍ଦ୍ରାପଡା, ୧୮/୧/୨୦୨୨ (ଓଡ଼ିଶା ସମାଚାର)- ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଦ୍ୱିତୀୟ ଦିବସରେ ମଙ୍ଗଳବାର କେନ୍ଦ୍ରାପଡା ଜିଲ୍ଲାର ୭୯୨ଜଣ ପ୍ରାର୍ଥୀ ୱାର୍ଡସଭ୍ୟ, ସରପଂଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପଦ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାପଡିଛି । ଜିଲା୍ଲର ୬୭୯ଜଣ ୱାର୍ଡସଭ୍ୟ, ୭୭ଜଣ ସରପଂଚ, ୩୫ଜଣ ସମିତି ସଭ୍ୟ ଓ ଜଣେ ଜିଲ୍ଲା ପରିଷଦ ସଭ୍ୟ ପଦ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । କେନ୍ଦ୍ରାପଡା ଉପଜିଲ୍ଲାପାଳ ତଥା ନିର୍ବାଚନ ଅଧିକାରୀ ନିରଞ୍ଜନ ବେହେରାଙ୍କ ନିକଟରେ ଆଳି ବ୍ଲକର ଜିଲ୍ଲା ପରିଷଦ ଜୋନ ନଂ.୧ରୁ ବିଜେଡି ପ୍ରାର୍ଥୀନୀ କନକଲତା ବେହେରା ଜିଲ୍ଲା ପରିଷଦ ସଭ୍ୟ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲ କରିିଛନ୍ତି । ଜିଲ୍ଲା ପରିଷଦ ସଭ୍ୟ ଧନଞ୍ଜୟ ବୋଷଙ୍କ ସହ ଆସି ଶ୍ରୀମତୀ ବେହେରା ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ଓଡ଼ିଶା ସମାଚାର
