ଭୁବନେଶ୍ୱର, ୧୮/୧/୨୦୨୨ (ଓଡ଼ିଶା ସମାଚାର)- ପଞ୍ଚାୟତ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ନିର୍ବାଚନ ଆୟୋଗ । ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ପୂର୍ବରୁ ଥିବା ମୃତ୍ୟୁ ଜନିତ ଅନୁକମ୍ପା ରାଶି ବଢ଼ାଯାଇଛି । ଏଣିକି ନିର୍ବାଚନ ଡ୍ୟୁଟିରେ ଥିବା କର୍ମଚାରୀଙ୍କ ମୃତ୍ୟୁ ହେଲେ ୩୦ ଲକ୍ଷର ଅନୁକମ୍ପା ମିଳିବ । ହିଂସା, ଅସାମାଜିକଙ୍କ ଆକ୍ରମଣ ଓ ବୋମା ବିସ୍ଫୋରଣ ରେ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏହି ଅନୁକମ୍ପା ରାଶି ମିଳିବ । ସେହିପରି ନିର୍ବାଚନ ଡ୍ୟୁଟିରେ ଥାଇ ଯଦି ଅନ୍ୟ କାରଣରୁ ମୃତ୍ୟୁ ହେଲା । ତେବେ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ମିଳିବ । ହିଂସାରେ ଯଦି ଆଖି ସମ୍ପୂର୍ଣ ନଷ୍ଟ ହୋଇଯାଏ ତେବେ ୧୫ ଲକ୍ଷର ଅନୁକମ୍ପା ରାଶି ମିଳିବ । ସେହିଭଳି ନିର୍ବାଚନ ଡ୍ୟୁଟିରେ ଥାଇ କୋଭିଡରେ ମୃତ୍ୟୁ ହେଲେ ୩୦ ଲକ୍ଷ ମିଳିବ । ନିକଟ ସମ୍ପର୍କୀୟଙ୍କୁ ଏହି ଅନୁକମ୍ପା ରାଶି ଦେବାକୁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ରହିଛି । ଓଡ଼ିଶା ସମାଚାର
