ଭୁବନେଶ୍ୱର , ୧୯/୧/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୧୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୮୭୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୯୧ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୫ଜଣ, ବରଗଡ଼ ଜିଲ୍ଲାରୁ ୧୪୫ଜଣ, ଭଦ୍ରକ ଜିଲ୍ଲାରୁ ୧୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨୯ଜଣ, ବୌଦ୍ଧ ଜିଲ୍ଲାରୁ ୭୮ଜଣ, କଟକ ଜିଲ୍ଲାରୁ ୮୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୧ଜଣ, ଗଜପତି ଜିଲ୍ଲାରୁ ୮୭ଜଣ, ଗଞ୍ଜାମ ଜିଲ୍ଲାରୁ ୯୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୪ଜଣ, ଯାଜପୁର ଜିଲ୍ଲାରୁ ୨୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୩ଜଣ, କନ୍ଧମାଳ ଜିଲ୍ଲାରୁ ୮୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୪୭ଜଣ, କୋରାପୁଟ ଜିଲ୍ଲାରୁ ୧୬୮ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୯ଜଣ, ନୟାଗଡ଼ ଜିଲ୍ଲାରୁ ୨୦୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୬୬ଜଣ, ପୁରୀ ଜିଲ୍ଲାରୁ ୧୫୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୯୦ଜଣ, ସୋନପୁର ଜିଲ୍ଲାରୁ ୧୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୧୯ଜଣ, ଷ୍ଟେଟ ପୁଲ୍ ରୁ ୮୭୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୭୦୯୪ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୬ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଝାରସୁଗୁଡ଼ା, ଜଗତସିଂହପୁର, କଟକ, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୯୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୮୪୭୭୦ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ । ଗତକାଲି ସୁଦ୍ଧା ରାଜ୍ୟରେ ୨୬୮୪୨୦୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର