Wednesday , May 18 2022
Breaking News
Home / ସ୍ୱାସ୍ଥ୍ୟ / ଆଉ ୧୦୩୬୮ କରୋନା ପଜିଟିଭ୍ ଚିହ୍ନଟ , ୧୦୯୦ଜଣ ଶିଶୁ ସଂକ୍ରମିତ – ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

ଆଉ ୧୦୩୬୮ କରୋନା ପଜିଟିଭ୍ ଚିହ୍ନଟ , ୧୦୯୦ଜଣ ଶିଶୁ ସଂକ୍ରମିତ – ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

ଭୁବନେଶ୍ୱର, ୨୦/୧/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୦୩୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୧୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୩୫୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୯୦ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୪ଜଣ, ବରଗଡ଼ ଜିଲ୍ଲାରୁ ୧୫୨ଜଣ, ଭଦ୍ରକ ଜିଲ୍ଲାରୁ ୧୨୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୫୩ଜଣ, ବୌଦ୍ଧ ଜିଲ୍ଲାରୁ ୭୬ଜଣ, କଟକ ଜିଲ୍ଲାରୁ ୯୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୭୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୩ଜଣ, ଗଜପତି ଜିଲ୍ଲାରୁ ୧୦୦ଜଣ, ଗଞ୍ଜାମ ଜିଲ୍ଲାରୁ ୮୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୫ଜଣ, ଯାଜପୁର ଜିଲ୍ଲାରୁ ୨୯୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯୪ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩୬ଜଣ, କୋରାପୁଟ ଜିଲ୍ଲାରୁ ୨୦୨ଜଣ, ମାଲକାନଗିରି ଜିଲ୍ଲାରୁ ୫୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬୨ଜଣ, ନୟାଗଡ଼ ଜିଲ୍ଲାରୁ ୧୪୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୯୬ଜଣ, ପୁରୀ ଜିଲ୍ଲାରୁ ୧୪୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୭ଜଣ, ସୋନପୁର ଜିଲ୍ଲାରୁ ୧୮୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୦୫ଜଣ, ଷ୍ଟେଟ ପୁଲ୍ ରୁ ୬୬୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୭୪୬୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୪ ଜଣ ଥିବା ଜଣାଯାଇଛି। ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ ଏହି ମୃତକଙ୍କ ମଧ୍ୟରେ ଜଣେ ମାତ୍ର ମହିଳା ଥିବା ବେଳେ ୬ ଜଣ ପୁରୁଷ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାର ଜଣେ ୫୨ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଠିକ୍ ସେହିପରି ରାଜଧାନୀ ଭୁବନେଶ୍ୱରର ୯୬, ୭୯, ୮୪ ଓ ୬୪ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଅପରପକ୍ଷରେ ଗଞ୍ଜାମ ଜିଲ୍ଲାରୁ ଜଣେ ୪୫ ବର୍ଷିୟ ଓ ସମ୍ବଲପୁର ଜିଲ୍ଲାର ଜଣେ ୧୯ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ଘଟିଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୭୭୪୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୮୦୫୬୨ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ୃାଉ ୮୮୩୪୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୬୯୧୬୨୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୪ ଶିଶୁ ଙ୍କ ସମେତ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୫/୦୫/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *