Wednesday , May 18 2022
Breaking News
Home / ସ୍ୱାସ୍ଥ୍ୟ / ଓଡ଼ିଶା ରେ ଆଉ ୮୫୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ, ୯୩୭ଜଣ ଶିଶୁ ସଂକ୍ରମିତ – ୬ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଓଡ଼ିଶା ରେ ଆଉ ୮୫୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ, ୯୩୭ଜଣ ଶିଶୁ ସଂକ୍ରମିତ – ୬ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩/୧/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୮୫୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୫୭୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୩୭ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪୬ଜଣ, ବରଗଡ଼ ଜିଲ୍ଲାରୁ ୧୪୧ଜଣ, ଭଦ୍ରକ ଜିଲ୍ଲାରୁ ୧୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧୭ଜଣ, ବୌଦ୍ଧ ଜିଲ୍ଲାରୁ ୮୬ଜଣ, କଟକ ଜିଲ୍ଲାରୁ ୭୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୭୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୦ଜଣ, ଗଜପତି ଜିଲ୍ଲାରୁ ୯୮ଜଣ, ଗଞ୍ଜାମ ଜିଲ୍ଲାରୁ ୮୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୫ଜଣ, ଯାଜପୁର ଜିଲ୍ଲାରୁ ୨୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨୬ଜଣ, କନ୍ଧମାଳ ଜିଲ୍ଲାରୁ ୧୦୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୬୨ଜଣ, କୋରାପୁଟ ଜିଲ୍ଲାରୁ ୧୫୭ଜଣ, ମାଲକାନଗିରି ଜିଲ୍ଲାରୁ ୫୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୨ଜଣ, ନୟାଗଡ଼ ଜିଲ୍ଲାରୁ ୨୧୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୯୯ଜଣ, ପୁରୀ ଜିଲ୍ଲାରୁ ୧୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୮୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୭ଜଣ, ସୋନପୁର ଜିଲ୍ଲାରୁ ୮୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩୨ଜଣ, ଷ୍ଟେଟ ପୁଲ୍ ରୁ ୪୬୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୪୬୬୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।  ମୃତକଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, କନ୍ଧମାଳ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୦୪୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୦୭୬୭ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୨୦ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୮୫୩୨୦ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି  ସୁଦ୍ଧା ରାଜ୍ୟରେ ୨୭୧୩୧୮୮୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୪ ଶିଶୁ ଙ୍କ ସମେତ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୫/୦୫/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *