Wednesday , May 18 2022
Breaking News
Home / ସ୍ୱାସ୍ଥ୍ୟ / ଆଉ ୫୮୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ୮୫୨ଜଣ ଶିଶୁ ସଂକ୍ରମିତ – ୭ ଜଣଙ୍କ ମୃତ୍ୟୁ

ଆଉ ୫୮୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ, ୮୫୨ଜଣ ଶିଶୁ ସଂକ୍ରମିତ – ୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୫/୧/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୮୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୧୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୪୭୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୫୨ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩୪ଜଣ, ବରଗଡ଼ ଜିଲ୍ଲାରୁ ୮୫ଜଣ, ଭଦ୍ରକ ଜିଲ୍ଲାରୁ ୯୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩୮ଜଣ, ବୌଦ୍ଧ ଜିଲ୍ଲାରୁ ୯୩ଜଣ, କଟକ ଜିଲ୍ଲାରୁ ୪୮୨ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩୩ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୭୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ, ଯାଜପୁର ଜିଲ୍ଲାରୁ ୨୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮୮ଜଣ, କନ୍ଧମାଳ ଜିଲ୍ଲାରୁ ୭୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୦୦ଜଣ, କୋରାପୁଟ ଜିଲ୍ଲାରୁ ୧୨୮ଜଣ, ମାଲକାନଗିରି ଜିଲ୍ଲାରୁ ୫୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୫ଜଣ, ନୟାଗଡ଼ ଜିଲ୍ଲାରୁ ୨୦୫ଜଣ, ନୂଆପଡ଼ା ଜିଲ୍ଲାରୁ ୫୬ଜଣ, ପୁରୀ ଜିଲ୍ଲାରୁ ୬୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୫୮ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୦୧ଜଣ, ଷ୍ଟେଟ ପୁଲ୍ ରୁ ୨୯୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୭୮୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୭୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୩୧୯୧୭ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୩୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୭୩୪୦ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୭୨୫୩୬୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୪ ଶିଶୁ ଙ୍କ ସମେତ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୫/୦୫/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *