Sunday , May 22 2022
Breaking News
Home / ବିଶେଷ / ପାହାଡି ତରଙ୍ଗ ତରଫରୁ ସାଧାରଣ ତନ୍ତ୍ର ଦିବସ ପାଳିତ

ପାହାଡି ତରଙ୍ଗ ତରଫରୁ ସାଧାରଣ ତନ୍ତ୍ର ଦିବସ ପାଳିତ

ବାଲିଗୁଡା,୨୮/୦୧/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ାଠାରେ ଥିବା କନ୍ଧମାଳ ଜିଲ୍ଲାର ସର୍ବପୁରାତନ କଳା ଓ ସାଂସ୍କୃତିକ ଅନୁଷ୍ଠାନ “ପାହାଡ଼ି ତରଙ୍ଗ “ତରଫରୁ ୭୩ ତମ ପବିତ୍ର ସାଧାରଣ ତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି କୌଶିକ ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଜାତୀୟ ସଂଗୀତ ଗାନ ଓ ସଭାପତିଙ୍କ ଉଦବୋଧନ ପରେ ଅନୁଷ୍ଠାନର କଳାକାର ମାନଙ୍କ ଦ୍ୱାରା ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା । ବିଭିନ୍ନ ବକ୍ତା ନିଜ ନିଜର ମନ୍ତବ୍ୟ ଉପସ୍ଥାପନ କରିଥିଲେ । ଏକ ମନୋଜ୍ଞ ପରିବେଶ ମଧ୍ୟରେ ସମସ୍ତ କାର୍ୟ୍ୟକ୍ରମ ସମ୍ପାଦିତ ହୋଇଥିବାରୁ କୋଷାଧକ୍ଷ ସରୋଜ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗୋପାଳକୃଷ ନାୟକ, ଦେବବ୍ରତ ସିଂ ଦେଓ, ରାମଚନ୍ଦ୍ର ଗୋସ୍ୱାମୀ, ବିଶ୍ୱଜିତ ସାହୁ, ମିହିର ପାଢ଼ୀ ଓ ଶ୍ରିଲେଖା ଶୁଭଲତା ପ୍ରମୁଖ ଉପସ୍ଥିତ ଥିଲେ  । ଓଡିଶା ସମାଚାର

About admin

Check Also

‘ଶାନ୍ତି ପଥ’ର ଚତୁର୍ଥ ବାର୍ଷିକ ଉତ୍ସବ – ବୁଦ୍ଧ ଓ ଗାନ୍ଧୀଙ୍କ ପ୍ରାସଙ୍ଗିକତା ଆଜି ବି ରହିଛି

ଭୁବନେଶ୍ୱର , ୨୧/୦୫/୨୦୨୨( ଓଡ଼ିଶା ସମାଚାର )- ବିଶ୍ୱ ଶାନ୍ତି, ସମାଜ ସେବା, ଯୋଗ, ମାନବ କଲ୍ୟାଣର ସଂଗଠନ ‘ଶାନ୍ତି …

Leave a Reply

Your email address will not be published. Required fields are marked *