Tuesday , September 27 2022
Breaking News
Home / ସ୍ୱାସ୍ଥ୍ୟ / ୪୮୪୨ କରୋନା ସଂକ୍ରମିତ ଚିହ୍ନଟ, ୬୭୧ଜଣ ଶିଶୁ ସଂକ୍ରମିତ, ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

୪୮୪୨ କରୋନା ସଂକ୍ରମିତ ଚିହ୍ନଟ, ୬୭୧ଜଣ ଶିଶୁ ସଂକ୍ରମିତ, ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ

ଭୁବନେଶ୍ୱର, ୨୯/୧/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୪୮୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୦୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୦୩୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୭୧ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୯ଜଣ, ବରଗଡ଼ ଜିଲ୍ଲାରୁ ୭୨ଜଣ, ଭଦ୍ରକ ଜିଲ୍ଲାରୁ ୧୦୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪୦ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୪୪୩ଜଣ, ଦେଓଗଡ଼ ଜିଲ୍ଲାରୁ ୮୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୪ଜଣ, ଗଜପତି ଜିଲ୍ଲାରୁ ୬୫ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯୬ଜଣ, ଯାଜପୁର ଜିଲ୍ଲାରୁ ୧୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫୫ଜଣ, କନ୍ଧମାଳ ଜିଲ୍ଲାରୁ ୮୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୫୩ଜଣ, କୋରାପୁଟ ଜିଲ୍ଲାରୁ ୮୧ଜଣ, ମାଲକାନଗିରି ଜିଲ୍ଲାରୁ ୪୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୪ଜଣ, ନୟାଗଡ଼ ଜିଲ୍ଲାରୁ ୨୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୪୨ଜଣ, ପୁରୀ ଜିଲ୍ଲାରୁ ୭୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୯ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୯ଜଣ, ଷ୍ଟେଟ ପୁଲ୍ ରୁ ୨୬୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୧୦୬୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଆଜି ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ଅନୁଗୁଳ, ବରଗଡ଼, କଟକ, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି।ଏହି ମୃତକଙ୍କ ମଧ୍ୟରେ ସାତଜଣ ମହିଳା ଥିବା ବେଳେ ୮ ଜଣ ପୁରୁଷ ଅଛନ୍ତି। ଅପରପକ୍ଷରେ ଜଣେ ୧୩ ମାସର ଶିଶୁ ବି ଥିବା ଜଣାଯାଇଛି।ଖୋର୍ଦ୍ଧା ଜିଲ୍ଲାର ୩ଜଣ ମୃତକଙ୍କ ମଧ୍ୟରେ ଜଣେ ରାଜଧାନୀ ଭୁବନେଶ୍ବରର ଥିବା ଜଣାଯାଇଛି। ସେ ଜଣେ ୬୯ ବର୍ଷୀୟା ମହିଳା। ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାର ଜଣେ ୬୮ ଓ ଆଉ ଜଣେ ୬୫ ବର୍ଷିୟ ପୁରୁଷ ଅଛନ୍ତି। ଗଞ୍ଜାମ ଜିଲ୍ଲାର ଜଣେ ୧୩ ମାସର ଶିଶୁର କରୋନାରେ ଜୀବନ ଯାଇଥିବା ବେଳେ ଜଣେ ୬୫ ବର୍ଷୀୟା ମହିଳା ଓ ୩୪ ବର୍ଷିୟ ପୁରୁଷ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।
ଅପରପକ୍ଷରେ ମୃତକଙ୍କ ଭିତରେ ଅନୁଗୁଳ ଜିଲ୍ଲାର ଜଣେ ୨୭ ବର୍ଷୀୟା ମହିଳା, ବରଗଡ଼ର ଜଣେ ୭୫ ବର୍ଷୀୟା ମହିଳା, କଟକର ୯୬ ବର୍ଷିୟ ପୁରୁଷ, କେନ୍ଦ୍ରାପଡ଼ାର ଜଣେ ୯୦ ବର୍ଷିୟ ପୁରୁଷ, ନବରଙ୍ଗପୁରର ୫୦ ବର୍ଷୀୟା ମହିଳା, ନୂଆପଡ଼ାର ୫୭ ବର୍ଷୀୟା ମହିଳା, ମୟୂରଭଞ୍ଜର ୭୦ ବର୍ଷିୟ ପୁରୁଷ, ପୁରୀର ୭୦ ବର୍ଷିୟ ପୁରୁଷ ଓ ରାୟଗଡ଼ା ୨୫ ବର୍ଷୀୟା ମହିଳା ଅଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି ପାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୧୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୭୩୯୦୭ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୭୫ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୮୫୩୩ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୭୫୦୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.