Tuesday , September 27 2022
Breaking News
Home / ସ୍ୱାସ୍ଥ୍ୟ / ୩୦୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୫୪ଜଣ ଶିଶୁ ସଂକ୍ରମିତ – ୧୭ ଜଣ ସଂକ୍ରମିତଙ୍କ ମୃତ୍ୟୁ

୩୦୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪୫୪ଜଣ ଶିଶୁ ସଂକ୍ରମିତ – ୧୭ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୧/୦୨/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୩୦୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୨୮୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୫୪ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୨ଜଣ, ବାଲେଶ୍ୱର ଜିଲ୍ଲାରୁ ୭୬ଜଣ, ବରଗଡ଼ ଜିଲ୍ଲାରୁ ୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୬ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୩୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୬୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୧ଜଣ, ଗଜପତି ଜିଲ୍ଲାରୁ ୬୩ଜଣ, ଗଞ୍ଜାମ ଜିଲ୍ଲାରୁ ୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ୭୪ଜଣ, ଯାଜପୁର ଜିଲ୍ଲାରୁ ୧୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫୨ଜଣ, କୋରାପୁଟ ଜିଲ୍ଲାରୁ ୪୪ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୬ଜଣ, ପୁରୀ ଜିଲ୍ଲାରୁ ୪୨ଜଣ, ରାୟଗଡ଼ା ଜିଲ୍ଲାରୁ ୪୦ଜଣ, ସମ୍ବଲପୁର ଜିଲ୍ଲାରୁ ୭୫ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧୬ଜଣ, ଷ୍ଟେଟ ପୁଲ୍ ରୁ ୧୨୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨୩୨୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ପୁରୀ ଓ ଖେର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, ମାଲକାନଗିରି, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୨୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୦୧୫୪୬ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୨୦୯୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୭୬୮୬୪୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.