Tuesday , August 9 2022
Breaking News
Home / ତାଜା ଖବର / ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ

ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ

କନ୍ଧମାଳ,୦୬/୦୨/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଅଳ୍ପକେ ବର୍ତ୍ତିଗଲେ ମନ୍ତ୍ରୀ । ନିର୍ବାଚନ ପ୍ରଚାରରେ ଯାଉଥିବା ବେଳେ ଘଟିଲା ଏହି ଦୁର୍ଘଟଣା । କନ୍ଧମାଳ ଜିଲ୍ଲା ସୁଦୃକୁମ୍ପା ନିକଟ ଭେଟ୍ କୋଲ୍ ଘାଟି ନିକଟରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ନିର୍ବାଚନ ପ୍ରଚାର ଲାଗି ଯାଉଥିଲେ । ହେଲେ ଭେଟ୍ କୋଲ୍ ଘାଟି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ଗାଡ଼ି ରାସ୍ତା କଡ଼କୁ ଖସିଯାଇଥିଲା । ମନ୍ତ୍ରୀ ପ୍ରତାପ ଜେନା ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିଲେ । ଏବେ ଯାଏଁ ଦୁର୍ଘଟଣାରେ କାହାର କୌଣସି କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ । ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ ଭିନ୍ ଜାରି ରଖିଛି । ଓଡିଶା ସମାଚାର

About admin

Check Also

ଶ୍ରମିକ ଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ୪୦ ଆହତ

ଧର୍ମଗଡ଼ ,୦୫/୦୮/୨୦୨୨(ଓଡ଼ିଶା ସମାଚାର /ରାକେଶ ବେମାଲ ) – କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେ ନିକଟ ରେ …

Leave a Reply

Your email address will not be published.