Tuesday , August 16 2022
Breaking News
Home / ସ୍ୱାସ୍ଥ୍ୟ / ୨୧୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୨୪ଜଣ ଶିଶୁ ସଂକ୍ରମିତ – ୨୩ ଜଣ ଙ୍କ ମୃତ୍ୟୁ

୨୧୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୨୪ଜଣ ଶିଶୁ ସଂକ୍ରମିତ – ୨୩ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୬/୦୨/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୨୧୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୮୭୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨୪ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୫ଜଣ, ବୌଦ୍ଧ ଜିଲ୍ଲାରୁ ୫୫ଜଣ, କଟକ ଜିଲ୍ଲାରୁ ୧୪୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ଜଣ, ଗଜପତି ଜିଲ୍ଲାରୁ ୬୪ଜଣ, ଗଞ୍ଜାମ ଜିଲ୍ଲାରୁ ୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨ଜଣ, ଯାଜପୁର ଜିଲ୍ଲାରୁ ୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୪୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୯ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୭୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୪୩ଜଣ, ସମ୍ବଲପୁର ଜିଲ୍ଲାରୁ ୫୬ଜଣ, ସୋନପୁର ଜିଲ୍ଲାରୁ ୩୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧୯ଜଣ, ଷ୍ଟେଟ ପୁଲ୍ ରୁ ୭୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୬୮୧୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ନୟାଗଡ଼ ଓ କୋରାପୁଟ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, ଗଞ୍ଜାମ, ବଲାଙ୍ଗୀର,ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୬୬୮୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩୪୩୫୨ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୩୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ କରଣ କରିଛନ୍ତି । ଆଉ ୨୩୬୭୨ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୭୯୯୬୫୧୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଦେଶରେ ପ୍ରଥମ : ନବଦମ୍ପତି ଗିଫ୍ଟ ଯୋଜନା ସେପ୍ଟେମ୍ବରରୁ ଆରମ୍ଭ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ଓଡ଼ିଶାରେ ନୂଆ ବିବାହ କରିବାକୁ ଯାଉଥିବା ଯୋଡ଼ିଙ୍କୁ ନବଦମ୍ପତି ବିବାହ ଉପହାର ପ୍ରଦାନ କରାଯିବ। ସ୍ୱାସ୍ଥ୍ୟ ବିଭାଗର …

Leave a Reply

Your email address will not be published.