Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ / ୧୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୪୨ଜଣ ଶିଶୁ ସଂକ୍ରମିତ – ୨୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

୧୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩୪୨ଜଣ ଶିଶୁ ସଂକ୍ରମିତ – ୨୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୨/୦୨/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬୪୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪୨ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୨୭ଜଣ, କଟକ ଜିଲ୍ଲାରୁ ୮୫ଜଣ, ଦେଓଗଡ଼ ଜିଲ୍ଲାରୁ ୩୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୪୪ଜଣ, ଗଞ୍ଜାମ ଜିଲ୍ଲାରୁ ୫୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୫ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮ଜଣ, କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୩ଜଣ, କୋରାପୁଟ ଜିଲ୍ଲାରୁ ୭୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୩୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୪ଜଣ, ଷ୍ଟେଟ ପୁଲ୍ ରୁ ୫୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୬୧୧୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୬ଜଣ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ପୁରୀ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୬୧୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୫୩୯୧୪ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୩୨୮୫ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୮୩୫୫୯୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା , ୧୫ଜଣ ଶିଶୁ ଙ୍କ ସମେତ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ସ୍ଥିର

ଭୁବନେଶ୍ୱର ୨୮/୬/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା। ଗତ ୨୪ ଘଣ୍ଟା ମଧ୍ୟରେ …

Leave a Reply

Your email address will not be published. Required fields are marked *