ଭୁବନେଶ୍ୱର, ୧୫/୦୨/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ତଳମୁହାଁ କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୯୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪୨ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୮୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦୩ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୫୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୪୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୪୬ଜଣ, ମାଲକାନାଗିରି ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୯ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ଜଣ, ଷ୍ଟେଟ ପୁଲ୍ ରୁ ୨୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୦୪୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ୬ଜଣ ରହିଥିବା ବେଳେ ଖୋର୍ଦ୍ଧା ୫ଜଣ ରହିଛନ୍ତି । କଟକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଭଦ୍ରକ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୯୦୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୫୯୭୯୬ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୦୨୭୧ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୮୫୩୩୬୪୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର